ରାଜ୍ୟରେ ବର୍ଷା ସମ୍ଭାବନା ରହିଥିବା ନେଇ ଆଇଏମ୍ଡି ପକ୍ଷରୁ ଆଲର୍ଟ ଜାରି କରାଯାଇଛି । ଉତ୍ତରପ୍ରଦେଶ, ବିହାର, ଝାଡ଼ଖଣ୍ଡ, ଛତିଶଗଡ଼, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଓଡ଼ିଶା, ପଶ୍ଚିମବଙ୍ଗ ସମେତ ଅନ୍ୟ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଦିଲ୍ଲୀରେ ସକାଳୁ ସକାଳୁ କୁହୁଡ଼ି ଦେଖିବାକୁ ମିଳିଥିଲା । ଏହା ସହ ସର୍ବୋଚ୍ଚ ତାପମାତ୍ରା ୨୫ ଡିଗ୍ରୀ ରେକର୍ଡ଼ କରାଯାଇଛି । ତେବେ କୁହୁଡ଼ି କାରଣରୁ ବିମାନ ଉଡ଼ାଣ ବାଧାପ୍ରାପ୍ତ ହୋଇଥିଲା । ଏନେଇ ଏଏନ୍ଆଇ ‘ଏକ୍ସ’ରେ ଏକ ପୋଷ୍ଟ ଶେୟାର କରିଛି ।ଫେବୃଆରୀ ୧୧ରୁ ୧୩ ମଧ୍ୟ ଭାରତର କେତେକ ରାଜ୍ୟ ଏବଂ ଫେବୃଆରୀ ୧୩ରୁ ୧୫ ପୂର୍ବ ଭାରତର କେତେକ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା IMD ପକ୍ଷରୁ ସୂଚନା ଦିଆଯାଇଛି । ସ୍କାଇମେଟ୍ ୱେଦର ଅନୁସାରେ ଫେବୃଆରୀ ୧୧ ଏବଂ ୧୨ରେ ଉତ୍ତରପ୍ରଦେଶ, ବିହାର ଏବଂ ଝାଡ଼ଖଣ୍ଡରେ ଝିପିଝିପି ବର୍ଷା ହୋଇପାରେ । ସେହିପରି ଫେବୃଆରୀ ୧୧ରେ ଛତିଶଗଡ଼, ତେଲେଙ୍ଗାନା ଏବଂ ମହାରାଷ୍ଟ୍ରରେ ବର୍ଷା ହୋଇପାରେ । କେତେକ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post