ସ୍ଥଳ ଭାଗ ଏବଂ ଜଳ ଭାଗରେ ଗୋଟିଏ ପରେ ଗୋଟିଏ ଲଘୁଚାପ ଦାନା ବାନ୍ଧୁଛି। ଗତ କିଛିଦିନ ହେବ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ର ବିଦର୍ଭ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହା ପ୍ରଭାବରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି। ଏପରି କି ଉପକୂଳ ଓଡ଼ିଶାରେ ମଧ୍ୟ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ତେବେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୯ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ସେହିଦିନ ସନ୍ଧ୍ୟା କିମ୍ବା ୨୦ ତାରିଖରେ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଲଘୁଚାପ ଯୋଗୁ ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଏଥିଯୋଗୁ ମହାନଦୀ ଓ ଏହାର ଶାଖା ନଦୀରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇପାରେ। ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, ନୟାଗଡ଼, ପୁରୀ, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର ଏବଂ କୋରାପୁଟ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୨ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି