ସ୍ଥଳ ଭାଗ ଏବଂ ଜଳ ଭାଗରେ ଗୋଟିଏ ପରେ ଗୋଟିଏ ଲଘୁଚାପ ଦାନା ବାନ୍ଧୁଛି। ଗତ କିଛିଦିନ ହେବ ଓଡ଼ିଶା, ଝାଡ଼ଖଣ୍ଡ, ଛତିଶଗଡ଼ର ବିଦର୍ଭ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି। ଏହା ପ୍ରଭାବରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି। ଏପରି କି ଉପକୂଳ ଓଡ଼ିଶାରେ ମଧ୍ୟ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ତେବେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୯ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ସେହିଦିନ ସନ୍ଧ୍ୟା କିମ୍ବା ୨୦ ତାରିଖରେ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଲଘୁଚାପ ଯୋଗୁ ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଏଥିଯୋଗୁ ମହାନଦୀ ଓ ଏହାର ଶାଖା ନଦୀରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇପାରେ। ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, ନୟାଗଡ଼, ପୁରୀ, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର ଏବଂ କୋରାପୁଟ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୨ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ