ଲଘୁଚାପ ଓ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିବା ଯୋଗୁ ବର୍ଷା ଲାଗି ରହିଛି। ତେବେ ବର୍ଷା ହେଉଥିଲେ ମଧ୍ୟ ଏବେ ବି ରାଜ୍ୟରେ ସ୍ବାଭାବିକ ପରିମାଣର ବର୍ଷା ହୋଇନାହିଁ।ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୭.୬ କି.ମି. ଯାଏ ବ୍ୟାପିବା ସହ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ ସୋମବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଦିନତମାମ ବର୍ଷା ଲାଗି ରହିଥିବା ବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
Trending
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ
Next Post