କାର୍ତ୍ତିକରେ ଖରା ଛାଇ ଖେଳ। କେତେବେଳେ ହାଲୁକା ଥଣ୍ଡା ତ ପୁଣି କେତେବେଳେ ବର୍ଷା। ପୁଣି କେତେବେଳେ ଗରମ ଗୁଳୁଗୁଳି କରୁଛି ଅସ୍ତବ୍ୟସ୍ତ। ରାଜ୍ୟରେ ବାୟୁ ଚଳାଚଳର ଅସଙ୍ଗତି ପାଇଁ ସୃଷ୍ଟି ହୋଇଛି ଏଭଳି ପରିସ୍ଥିତି।ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା। ପଶ୍ଚିମା ଝଡ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟକୁ ପ୍ରବେଶ କରୁଥିବା ପୂର୍ବାଳୀ ତରଙ୍ଗାୟିତ ପବନ ପ୍ରଭାବରେ ରାତିର ତାପମାତ୍ରା ସ୍ବାଭାବିକଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିଛି। ଏହାସହ ବାୟୁମଣ୍ଡଳରେ ଉଚ୍ଚ ଆର୍ଦ୍ରତା ପାଇଁ ଗୁଳୁଗଳି ଅନୁଭୁତ ହେଉଛି। ତେବେ ୩ଦିନ ପରେ ରାଜ୍ୟରେ ବଦଳିବ ପାଗ। ରାତି ତାପମାତ୍ରା ୩ରୁ ୪ଡିଗ୍ରୀ ପର୍ଯ୍ୟନ୍ତ କମିବା ସହ ଶୀତ ଅନୁଭୁତ ହେବ।
Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
Prev Post
Next Post