ସପ୍ତାହ ଯାଏଁ କଲବଲ କରିବ ତାତି

ଆଗାମୀ ଦୁଇ ସପ୍ତାହ ଯାଏଁ ଓଡ଼ିଶାବାସୀଙ୍କୁ ତାତିରୁ ନିସ୍ତାର ମିଳିବାର ନାହିଁ। ବାୟୁମଣ୍ଡଳର ମଧ୍ୟ ଓ ଉପରି ଭାଗରେ ଶୁଷ୍କ ପଶ୍ଚିମା ବାୟୁର ପ୍ରବାହ ବୃଦ୍ଧି ତଥା ସାମୁଦ୍ରିକ ବାୟୁ ପ୍ରବାହ ଦୁର୍ବଳ ହେବାର ସମ୍ଭାବନା ଥିବାରୁ ମେ’ ଶେଷ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଲାଗିରହିବ। ବିସ୍ତାରିତ ପରିସର ଆକଳନ ଅନୁଯାୟୀ ମେ’ ୨୪ରୁ ୩୦ ମଧ୍ୟରେ ରାଜ୍ୟରେ ତାପମାତ୍ରା ବହୁ ପରିମାଣରେ ବୃଦ୍ଧି ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବ। ପଶ୍ଚିମ ଓଡ଼ିଶାର ସମସ୍ତ ଜିଲ୍ଲାର ତାପମାତ୍ରା ୪୦ରୁ ୪୫ ଡିଗ୍ରି ମଧ୍ୟରେ ରହିବ। ଗୋଟିଏ ଦୁଇଟି ସ୍ଥାନରେ ୪୫ ଡିଗ୍ରି ଡେଇଁଯିବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।