ସରିନି କାଳବୈଶାଖୀର ତାଣ୍ଡବ
ଆଜିଠୁ ପାଗରେ ପରିବର୍ତ୍ତନ ହେବା ନେଇ ଆଶା କରାଯାଉଛି । ପ୍ରବଳ କୁହୁଡ଼ି ଯୋଗୁଁ ଟ୍ୱିନ ସିଟିରେ ଯାତାୟତ ମଧ୍ୟ ବାଧାପ୍ରାପ୍ତ ହୋଇଛି । ରାସ୍ତାର ଆଗକୁ ୨୦ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ ହେଉନଥିବାରୁ ଗାଡ଼ି ଚାଳକ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ତେବେ ଗତକାଲି କାଳବୈଶାଖୀ ପ୍ରଭାବରେ ରାଜଧାନୀ ସମେତ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଥିଲା। କାଳବୈଶାଖୀ ତାଣ୍ଡବରେ ଝଡ଼ ତୋଫାନ ସହ କୁଆ ପଥର ମାଡ଼ ହୋଇଛି। ବିଜୁଳି ଘଡ଼ଘଡି ସହ ବର୍ଷା ଲାଗି ରହିବା ଫଳରେ ଜନଜୀବନ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି।ତେବେ ଆଜିଠୁ ରାଜ୍ୟରେ ଭୀଷଣ ଗ୍ରୀଷ୍ମ ପ୍ରବାହ ନେଇ ବର୍ତ୍ତମାନ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜିଠୁ ରାଜ୍ୟରେ ପାଗ ଫିଟିବ। ବିଶେଷକରି ୨୧ ରୁ ୨୪ ତାରିଖ ମଧ୍ୟରେ ଭୀଷଣ ଖରା ହେବ । ଏହି ସମୟରେ ୮ ରୁ ୧୦ ଡିଗ୍ରୀ ତାପମାତ୍ରା ବଢିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।