ସାବଧାନ୍ !ଆସୁଛି ବର୍ଷା

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା

ଆସନ୍ତାକାଲିଠାରୁ ବର୍ଷା ହେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ପୂର୍ବାଳି ତରଙ୍ଗ ଯୋଗୁଁ ଗଞ୍ଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ସ୍ୱଳ୍ପଧରଣ ବର୍ଷାର ହେବାର ସମ୍ଭାବନା ରହିଛି । ନଭେମ୍ବର ୫ ଯାଏଁ ବର୍ଷା ଜାରି ରହିବ। ଭୁବନେଶ୍ବରରେ ଆକାଶ ମେଘାଚ୍ଛନ୍ନ ରହିବା ସହ ହାଲୁକା ବର୍ଷା ହୋଇପାରେ।