ସାରା ରାଜ୍ୟ ଭିଜୁଛି

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ପାଣିପାଗ ବିଭାଗର ଆକଳନ ଅନୁସାରେ, ବର୍ଷା ଆହୁରି ଦୁଇ ଦିନ ଲାଗି ରହିବ। ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ।ସୁନ୍ଦରଗଡ଼ ଏବଂ କେନ୍ଦୁଝର ବ୍ୟତୀତ ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର ଏବଂ ବରଗଡ଼, ଝାରସୁଗୁଡ଼ା ଓ ଅନୁଗୁଳ ଜିଲ୍ଲା ପାଇଁ ପ୍ରବଳ ବର୍ଷାକୁ ଦେଖି ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।