ଗତ କିଛିଦିନ ହେବ ପ୍ରବଳ ଗ୍ରୀଷ୍ମ ଅନୁଭୂତ ହେଉଛି।ଆଶ୍ୱିନ ମାସରେ ହାଲୁକା ଶୀତ ଓ କାକର ପରିବେଶକୁ ଶୀତଳ କରିଥାଏ। ଅକ୍ଟୋବର ଶେଷ ଆଡ଼କୁ ଶୀତର ପ୍ରକୋପ ବଢ଼ିଥାଏ। ମାତ୍ର ଚଳିତ ବର୍ଷ ଏଥିରେ ସମ୍ପୂର୍ଣ୍ଣ ବ୍ୟତିକ୍ରମ ଦେଖାଦେଇଛି। ଶୀତ ବିଳମ୍ବରେ ଆସିବ ବୋଲି ଜଳବାୟୁ ବିଶେଷଜ୍ଞ ମତ ଦେଉଛନ୍ତି। ସେପ୍ଟେମ୍ବର ଶେଷକୁ ବର୍ଷା ଛାଡ଼ିଯିବା ପରେ ତାତିର ପ୍ରକୋପ ବଢ଼ିଯାଇଛି। ଆସନ୍ତା ୪ ଦିନ ଯାଏ ପାଗରେ ମଧ୍ୟ କୌଣସି ପରିବର୍ତ୍ତନର ସୂଚନା ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାଗ ଶୁଖିଲା ଓ ଖରାଟିଆ ରହିବ। ତେବେ ୧୮ ତାରିଖରୁ ତାତି ହ୍ରାସ ପାଇବ। ପାରଦ ୨ରୁ ୪ ଡିଗ୍ରୀ ସେଲ୍ସିୟସ ତଳକୁ ଖସିବ। ଏହି ସମୟରେ ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୦ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବ। ଏହା ଧୀରେ ଧୀରେ ଘନୀଭୂତ ହୋଇ ଡିପ୍ ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ରହିଛି। ତେବେ ଏହା ବାତ୍ୟା ରୂପ ନେବ କି ନାହିଁ ତାହା ସ୍ପଷ୍ଟ ହୋଇ ନାହିଁ। ଆସନ୍ତା ୨୦ ତାରିଖ ବେଳକୁ ଏ ନେଇ ସୂଚନା ମିଳିପାରିବ ବୋଲି ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି।
Trending
- ବଢିଲା ବିଜେଡି ନେତାଙ୍କ ଅଡୁଆ, ପ୍ରୀତିରଞ୍ଜନ ଘଡେଇ ଙ୍କ ନାଁରେ ଏତଲା
- ଆଣ୍ଡାମାନ ଓ ନିକୋବର ଦ୍ଵୀପପୁଞ୍ଜରେ ଭୂକମ୍ପ ଝଟକା
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
Prev Post
Next Post