ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଡିପ୍ ଡିପ୍ରେସନ୍ ସକ୍ରିୟ ରହିଛି । ଏବେ ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଆଗକୁ ବଢୁଛି । ସମୁଦ୍ରରୁ ବଳ ଗୋଟାଇ ଅଧିକ ଘନୀଭୂତ ହେବ ଗଭୀର ଅବପାତ । ଆଜି ମଧ୍ୟରାତ୍ରି କିମ୍ବା ଆସନ୍ତାକାଲି ସକାଳ ସୁଦ୍ଧା ଦାନା ବାନ୍ଧିବ ସାଇକ୍ଲୋନ୍ । ବାତ୍ୟାର ନାଁ ରହିବ ମିଗଜମ।୪ ତାରିଖ ବେଳକୁ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ପହଞ୍ଚିବ ବାତ୍ୟା । ୫ ତାରିଖରେ ଲାଣ୍ଡଫଲ୍ କରିବ ସାଇକ୍ଲୋନ୍ ମିଗଜମ୍ । ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳର ନେଲୋର ଓ ମଛଲିପଟ୍ଟନମ୍ ମଧ୍ୟରେ ମଧ୍ୟାହ୍ମରେ ସ୍ଥଳଭାଗ ଅତିକ୍ରମ କରିବ । ଲାଣ୍ଡଫଲ୍ ବେଳେ ପବନର ବେଗ ଘଣ୍ଟାପ୍ରତି ୮୦ରୁ ୯୦ କିଲୋମିଟର ରହିପାରେ । ପବନର ବେଗ ବଢ଼ି ୧୦୦ କିଲୋମିଟର ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆନ୍ଧ୍ରପ୍ରଦେଶ ଓ ଉତ୍ତର ନର୍ଥ ତାମିଲନାଡୁ ଓ ପୁଡୁଚେରୀ ଉପକୂଳକୁ ପ୍ରି-ସାଇକ୍ଲୋନ୍ ସତର୍କତା ଜାରି ହୋଇଛି । ବଦଳୁଛି ବାତ୍ୟାର ଗତିପଥ । ପୂର୍ବରୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ଉତ୍ତର ତାମିଲନାଡୁ ଉପକୂଳ ମୁହାଁ ହେବ ବୋଲି କହିଥିଲା ପାଣିପାଗ ବିଭାଗ । ଏବେ ଗତିପଥ ବଦଳୁଛି । ଏବେ ବାତ୍ୟା ରାଡାରକୁ ଆସିଛି ପୂରା ଆନ୍ଧ୍ରପ୍ରଦେଶ ଉପକୂଳ। ଅଶାନ୍ତ ରହିଛି ସମୁଦ୍ର ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post
Next Post