ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମ ବଙ୍ଗ ଓ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ଏହାର ପ୍ରଭାବରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି । ଆଜି ବି ଭୀଷଣ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ପଶ୍ଚିମ ଓଡ଼ିଶାର ୭ ଜିଲ୍ଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗିର ଓ ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୧୨ରୁ ୨୦ ସେଣ୍ଟିମିଟର ଯାଏ ବର୍ଷିପାରେ ।ସେହିପରି ୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଜାରି କରିଛି ୟେଲୋ ୱାର୍ଣ୍ଣିଂ । ସେସବୁ ଜିଲ୍ଲାର କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ସମ୍ଭାବନା ରହିଛି । ୨୪ ଘଣ୍ଟା ପରେ ରାଜ୍ୟରେ ବର୍ଷା ପ୍ରଭାବ କମିବ । ଆସନ୍ତାକାଲି ପାଇଁ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ରେକର୍ଡ ହୋଇଛି ହାରାହାରି ୨୩ ମିଲିମିଟର ବର୍ଷା ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post