ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପର ପ୍ରଭାବ ଆଜିକୁ ମିଶାଇ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା ପାଇଁ କଳାହାଣ୍ଡି, କନ୍ଧମାଳ,ରାୟଗଡ଼ା, ନୟାଗଡ଼, ଗଞ୍ଜାମ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଖୋର୍ଦ୍ଧା, ପୁରୀ, ବାଲେଶ୍ଵର, ଯାଜପୁର, କଟକ, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ।ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜିଠାରୁ ୩୦ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ସଂଲଗ୍ନ ଜିଲ୍ଲା ଗୁଡ଼ିକରେ କାଳବୈଶାଖୀ ପ୍ରଭାବ ଲାଗିରହିବ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post