୨ ଦିନ ଯାଏଁ ପ୍ରବଳ ବର୍ଷା
ଆସନ୍ତା ୨୪ ଘଣ୍ଟାରେ ୧୪ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।ଏକାଧିକ ଜିଲ୍ଲାରେ ହାଲୁକା ବର୍ଷା କାରଣରୁ ବଦଳିଛି ପାଗ । ଦିନରେ ତାପମାତ୍ରା ସାମାନ୍ୟ କମିବା ସହ ମେଘୁଆ ପାଗ ଓ ହାଲୁକା ବର୍ଷା ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି।ଗୁରୁବାର ଅପରାହ୍ନରେ ଭୁବନେଶ୍ବରରେ ମଧ୍ୟମ ଧରଣର ବର୍ଷା ହୋଇଛି ।ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଦକ୍ଷିଣ ଓଡ଼ିଶା ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଯାହା ଫଳରେ କିଛି କିଛି ସ୍ଥାନରେ ବର୍ଷା ଦେଖିବାକୁ ମିଳିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।୧୪ ଜିଲ୍ଲା ହେଉଛି ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ସହ କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବୌଦ୍ଧ, ଅନୁଗୁଳ ଓ ଢେ଼ଙ୍କାନାଳ।ଆସନ୍ତା ୨ ଦିନ ଯାଏଁ ଉପକୂଳ ସାଙ୍ଗକୁ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ରହିବ ।