ଓଡିଶାରେ ଲଘୁଚାପ ପ୍ରଭାବରେ ବର୍ଷା ଲାଗି ରହିବ ବୋଲି ଜଣାପଡିଛି । ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ୫ ଟି ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲେ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ନୂଆପଡା ଓ ନବରଙ୍ଗପୁର । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ଆଜି ବର୍ଷା ହୋଇପାରେ ।ଏହାବାଦ ୩୦ ତାରିଖରେ ଉତ୍ତର ଓଡିଶାର ଅନେକ ସ୍ଥାନରେ ବର୍ଷାର ପ୍ରକୋପ ଦେଖିବାକୁ ମିଳିବ । ଏଥିରେ ଉତ୍ତର ଓଡିଶା ଓ ଦକ୍ଷିଣ ଓଡିଶା ସାମିଲ ରହିଛି । ସେପଟେ ରାଜ୍ୟରେ ଆସନ୍ତା ୩୧ ତାରିଖରେ ସର୍ବାଧିକ ବର୍ଷା ହେବାର ଆଶଙ୍କା ଅଛି । ୧୪ ଟି ଜିଲ୍ଲାରେ ଏହିଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏତତବ୍ୟତୀତ ୧ ଓ ୨ ତାରିଖରେ ବର୍ଷାର ପରିମାଣ କମିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
Trending
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ