୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

 ଆସନ୍ତା ଦୁଇ ଦିନ ଭିତରେ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଆଜି ମଧ୍ୟ କିଛି କିଛି ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଜୁଳି, ଘଡ଼ଘଡି ସହ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ବର୍ଷା ନେଇ ପାଣିପାଗ ବିଭାଗ ୱାର୍ଣ୍ଣିଂ ଜାରି କରିଛି । ତେବେ ଏ ସପ୍ତାହରେ କୌଣସି ଜିଲ୍ଲାରେ ବଡ଼ ବର୍ଷା ଭୟ ନାହିଁ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପର କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ।