ଆଜିଠୁ ରାଜ୍ୟରେ ପୁଣି ବଢ଼ିବ ବର୍ଷା ପରିମାଣ,୮ ତାରିଖ ଯାଏ ପୁରା ରାଜ୍ୟକୁ ବିଜୁଳି ଘଡଘଡି ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ
ପୁଣି ବର୍ଷାରେ ଭିଜିବ ଓଡ଼ିଶା । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆଜିଠୁ ରାଜ୍ୟରେ ପୁଣି ବଢ଼ିବ ବର୍ଷା ପରିମାଣ । ୮ ତାରିଖ ଯାଏ ପୁରା ରାଜ୍ୟକୁ ବିଜୁଳି ଘଡଘଡି ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଆଜି ସକାଳ ସାଢ଼େ ୮ଟା ଯାଏ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସହ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । କାଲି ସକାଳ ସାଢ଼େ ୮ଟା ଯାଏ ଅତିପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟରେ ୧୩ ଜିଲ୍ଲା । ୬ ତାରିଖରେ ଅତିପ୍ରବଳ ବର୍ଷା ପାଇଁ କେନ୍ଦୁଝର ଏବଂ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
୮ ତାରିଖ ଯାଏ ପୁରା ରାଜ୍ୟରେ ବର୍ଷା ସମ୍ଭାବନା ରହିିଛି । ଏହାପରଠୁ କମିବ ବର୍ଷା ବିସ୍ତୃତି । ୯ ଏବଂ ୧୦ ତାରିଖରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ ।