24 ରେ ଆଉ ଏକ ଲଘୁଚାପ
ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଦିନରେ ଖରା ଓ ଅପରାହ୍ଣରେ ବର୍ଷା ଜାରି ରହିଛି। ଆସନ୍ତା ୨୩ ତାରିଖ ଯାଏ ରାଜ୍ୟରେ ଏହିଭଳି ପାଗ ଜାରି ରହିବ। ୨୪ ତାରିଖ ଆଡ଼କୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଫଳରେ ୨୪ ତାରିଖ ଆଡ଼କୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।