୨୪ ଘଣ୍ଟାରେ ଦୁର୍ବଳ ହେବ ଲଘୁଚାପ
ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କେନ୍ଦ୍ରୀଭୂତ ହେଉଛି। ଏହା ଉତ୍ତର ଦିଗରେ ଗତି କରିବ। ପରେ ଦିଗ ପରିବର୍ତ୍ତନ କରି ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରିବ।
ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କେନ୍ଦ୍ରୀଭୂତ ହେଉଛି। ଏହା ଉତ୍ତର ଦିଗରେ ଗତି କରିବ। ପରେ ଦିଗ ପରିବର୍ତ୍ତନ କରି ଉତ୍ତର-ଉତ୍ତର-ପୂର୍ବ ଦିଗରେ ଗତି କରିବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦୁର୍ବଳ ହେବାର ସମ୍ଭାବନା ରହିଛି। ଗତ ୨୪ଘଣ୍ଟା ମଧ୍ୟରେ ରାୟଗଡ଼ାରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ହୋଇଛି। ଜିଲାରେ ୧୭.୪ମି.ମି ବର୍ଷା ରେକର୍ଡ ହୋଇଥିବା ବେଳେ ଛତ୍ରପୁର ମାଲକାନଗିରି, ପୁରୀ ଏବଂ ଗୋପାଳପୁରରେ ହାଲୁକା ବର୍ଷା ହୋଇଥିଲା। ଭୁବନେଶ୍ବର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ, ହେଲେ ଝାରସୁଗୁଡ଼ା, ବଲାଙ୍ଗିର ଏବଂ ବୌଦ୍ଧ ଜିଲାର କିଛି ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ରହିପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।