ଆଜି ବି ରାଜ୍ୟର କେତେକ କାଳବୈଶାଖିର ପ୍ରଭାବ ଦେଖିବାକୁ ମିଳିବ,୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଆଜି ବି ରାଜ୍ୟର କେତେକ ସ୍ଥାନରେ ଦେଖିବାକୁ ମିଳିବ କାଳବୈଶାଖିର ପ୍ରଭାବ । ୧୧ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି । ଆସନ୍ତାକାଲି ଠାରୁ ବଢ଼ିବ ଦିନର ତାପମାତ୍ରା । ୪୦ ଡିଗ୍ରି ଡେଇଁବ ପାରଦ । ୧୧ରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାତି ବଢ଼ିବ । ଅନୁମାନ କରାଯାଉଛି, ୩ ଦିନ ପରେ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ବଢ଼ିଯିବ ।
୧୦ ତାରିଖରେ ଉପକୂଳ ଓଡ଼ିଶାର ଭୁବନେଶ୍ଵରରେ ପାରଦ ୩୮ ଡିଗ୍ରୀ ଏବଂ ପଶ୍ଚିମ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁପାରେ । ୧୧ ତାରିଖରେ ଝାରସୁଗୁଡ଼ା ୪୧ ଡିଗ୍ରୀ ଛୁଇଁଯିବ। ଅନ୍ୟପଟେ ୧୨ରୁ ଉପକୂଳ ଓଡ଼ିଶା ଗରମ, ଗୁଳୁଗୁଳିରେ ଛଟପଟ ହେବ । ସମସ୍ତ ଉପକୂଳ ଜିଲ୍ଲା ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗରମ, ଗୁଳୁଗୁଳି ଅନୁଭୂତ ହେବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।
କିଛିଦିନ ଧରି କାଳବୈଶାଖୀ ପାଇଁ ତାତିରୁ ବଡ଼ ଆଶ୍ଵସ୍ତି ମିଳିଥିଲା । ହେଲେ ଏବେ ପୁଣି ଉପରମୁହାଁ ହେବ ପାରଦ । ୧୧ରୁ ଉପକୂଳ ଓଡ଼ିଶା ଗରମ, ଗୁଳୁଗୁଳିରେ ଘାଣ୍ଟି ହେବ । ଏଭଳି ପୂର୍ବାନୁମାନ ଦେଖାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୧ରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାତି ବଢ଼ିବ । ୨ ଦିନ ପରେ ତାପମାତ୍ରା ପ୍ରାୟ ୪ରୁ ୬ ଡିଗ୍ରୀ ବଢ଼ିଯିବ ।