ଆଗାମୀ ୨୪ ଘଣ୍ଟାରେ ଲଘୁଚାପ, ଅକ୍ଟୋବର ୫ ଯାଏଁ ପ୍ରବଳ ବର୍ଷା
ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟାରେ ଲଘୁଚାପ, ଅକ୍ଟୋବର ୫ ଯାଏଁ ପ୍ରବଳ ବର୍ଷା । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ବରଗଡ, ବଲାଙ୍ଗିର, ସୋନପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ୨୯ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଲଘୁଚାପର ରୂପ ନେବ ବୋଲି ପୂର୍ବାନୁମାନ କରାଯାଇଛି । ପ୍ରଭାବରେ ୨୯ରୁ ଅକ୍ଟୋବର ୫ ତାରିଖ ପର୍ଯ୍ୟନ୍ତ ନନଷ୍ଟପ ବର୍ଷା ସମ୍ଭାବନା ରହିଛି । ବର୍ଷା ସହ ବଜ୍ରପାତ ନେଇ ଆଜି ୧୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।