ରାଜ୍ୟରେ ଲାଗିରହିଛି ପ୍ରବଳ ବର୍ଷା

ଗତକାଲିଠାରୁ କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ ଓ ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ସେହିପରି ମୟୂରଭଞ୍ଜ,କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳରେ ବି ବର୍ଷା ହେଉଛି । ଅନ୍ୟ ସ୍ଥାନରେ ପାଗ ମେଘୁଆ ରହିବା ସହ କୋହଲା ପବନ ଲାଗି ରହିଛି । ଚାଷୀମାନେ ଧାନ ଫସଲ, ପରିବା ଫସଲକୁ କିପରି ସାଇତି ରଖିବେ ସେ ଚିନ୍ତାରେ ପଡ଼ିଛନ୍ତି ।

ଅବପାତର ରୂପ ନେଇଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ରପ୍ରଦେଶ ସମୁଦ୍ର ମଧ୍ୟରେ କେନ୍ଦ୍ରୀଭୂତ ରହିଛି । ପ୍ରଭାବରେ ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଲାଗି ରହିଛି ।

ସେପଟେ ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଲଘୁଚାପ ଯୋଗୁଁ ଟ୍ୱିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ଲାଗି ରହିଛି ।