କାଲି ଏହି 3 ଜିଲ୍ଲାରେ ପ୍ରବଳ ବର୍ଷିବ
ସାରା ରାଜ୍ୟରେ ଗୁରୁବାର ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ତେବେ ଶୁକ୍ରବାର ୩ ଜିଲା କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବର୍ଷା ଓ ବଜ୍ରପାତ ପାଇଁ ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ୧୭ ଜିଲା ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିକୁ ଘଡ଼ଘଡ଼ି ଓ ବିଜୁଳି ଭୟ ରହିଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।