ଲଘୁଚାପ ପ୍ରଭାବରେ ବର୍ଷା ଜାରି

ଭୁବନେଶ୍ୱର:  ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଛି । ୫ ଦିନ ପର୍ଯ୍ୟନ୍ତ ବର୍ଷାରେ ନିସ୍ତାର ମିଳିବ ନାହିଁ । ଅଗଷ୍ଟ ୧ ଏବଂ ୨ରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ୧୦ ଜିଲ୍ଲାକୁ ଅରେଞ୍ଜ ଏବଂ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଆସନ୍ତା ୧ ତାରିଖରେ ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଅନୁଗୁଳ, ବରଗଡ଼, ସମ୍ବଲପୁର, ବଲାଙ୍ଗିର, କଳାହାଣ୍ଡି, ଯାଜପୁର ଏବଂ ଭଦ୍ରକରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।