ଏଥର ରଜ ମଉଜ କୁ ଫିକା କରିବ ପ୍ରବଳ ବର୍ଷିବ
ଏଥର ରଜରେ ପ୍ରବଳ ବର୍ଷିବ । ଦକ୍ଷିଣ ପୂର୍ବ ଓ ତତ୍ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗର ଉପରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଧୀରେଧୀରେ ଏହା ଘନୀଭୂତ ହୋଇ ଆସନ୍ତା ୧୩ ତାରିଖ ଭିତରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଏହାସହ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୁଣି ଥରେ ସକ୍ରିୟ ହେବାର ସମ୍ଭାବନା ଥିବାରୁ ଏଥର ରଜରେ ମେଘୁଆ ପାଗ ରହିବ ବୋଲି ଆକଳନ କରାଯାଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଜି ପାଇଁ ୨୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ କରାଯାଇଛି । ୧୪ ତାରିଖଠାରୁ ଧୀରେଧୀରେ ବର୍ଷାର ବିସ୍ତୃତି ବଢିପାରେ ।