ଲଘୁଚାପ ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଲଘୁଚାପ ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି। ବିଶେଷ କରି ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ। ଏହାସହ ଉପକୂଳ ଏବଂ ସଂଲଗ୍ନ କେତେକ ଜିଲ୍ଲାରେ ବି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ ବିଭାଗ ପୂର୍ବାନୁମାନରୁ ଜଣାପଡ଼ି ଛି, ଉତ୍ତର-ପଶ୍ଚି ମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପରେ ଲଘୁଚାପ ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ଲାଗି ରହିଛି। ବର୍ଷା ପରିମାଣ କ୍ରମଶଃ ବଢ଼ିବ। ଶନିବାର ରାତିରୁ ରବିବାର ସକାଳ ସୁଦ୍ଧା ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।ଲ ଏହାବାଦ୍ ଉତ୍ତର, ପଶ୍ଚିମ ଓ କେନ୍ଦ୍ରୀୟ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି।

ରବିବାର ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ। କେନ୍ଦୁଝର ଜିଲ୍ଲାର ସ୍ଥାନେସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଅଛି। ଏ ନେଇ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଯାଜପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଉତ୍ତର, ଉପକୂଳ, ପଶ୍ଚିମରେ ବେଶି ବର୍ଷିବ ମହାନଦୀ ଉପର ଓ ତଳ ମୁଣ୍ଡରେ ଅଧିକ ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

୨୭ ଓ ୨୮ରେ ବି ପ୍ରବଳରୁ ଅତି ପ୍ରବଳ ବର୍ଷା । ୨୯ରୁ ବର୍ଷା ପରିମାଣ କମିପାରେ। ତଥାପି ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ରହିପାରେ। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି, ଲଘୁଚାପ ଘନୀଭୂତ ହୋଇପାରେ। ଏହା ପ୍ରଭାବରେ ୨୭ ପର୍ଯ୍ୟନ୍ତ ବର୍ଷା ଅଧିକ ରହିବ । ବିଶେଷ କରି ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରଭାବ ବେଶି ରହିବ। ଓଡ଼ିଶା ସହ ଛତିଶଗଡ଼ରେ ବି ପ୍ରବଳ ବର୍ଷା ହେବ। ତେଣୁ ମହାନଦୀର ଉଭୟ ଉପରମୁଣ୍ଡ ଓ ତଳମୁଣ୍ଡରେ ଅଧିକ ବର୍ଷା ସମ୍ଭାବନା ଥିବା ଡକ୍ଟର ସାହୁ ଆକଳନ କରିଛନ୍ତି।

Leave a comment