ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହିତ ବର୍ଷା ସମ୍ଭାବନା

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ଦୁଇ ଦିନ ମଧ୍ୟରେ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବଜ୍ରପାତ ସହିତ ବର୍ଷା ହେବ । କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ମୌସୁମୀ ବର୍ଷାରେ ଭିଜିବ ରଜ ପର୍ବ । ଆସନ୍ତା ୧୮ ତାରିଖ ସୁଦ୍ଧା ଉତ୍ତର-ଓଡ଼ିଶା ଓ ଝାଡଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାଦ୍ୱାରା ମୌସୁମୀ ସକ୍ରିୟ ହୋଇପାରେ । ଶୁକ୍ରବାର ଭୁବନେଶ୍ୱର, କେନ୍ଦୁଝର, କୋରାପୁଟ, ମାଲକାନଗିରି ଏବଂ ଜଗତସିଂହପୁର ଜିଲାରେ ବର୍ଷା ହୋଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଞ୍ଜାମ ଏବଂ ନବରଙ୍ଗପୁର ଜିଲାକୁ ପ୍ରବଳ ବର୍ଷା, ବଜ୍ରପାତ ସହ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି ବେଗରେ ପବନ ବହିବା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି

Leave a comment