ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା,୨୫ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ

ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା । ବିଜୁଳି, ଘଡଘଡି ସହ କାଳବୈଶାଖୀ ବର୍ଷା ପାଇଁ ୨୫ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୫ ଜିଲ୍ଲା ମଧ୍ୟରୁ ୪ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକକୁ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।  ଅନ୍ୟ ଜିଲ୍ଲା ଗୁଡିକୁ ୟେଲୋ ଆଲର୍ଟ ଜାରି ହୋଇଛି  ।  ସେହିପରି ଆସନ୍ତକାଲି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି  ।  ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜାରି ରହିବ  ।  ଏନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ  ।

Leave a comment