୧୯ରୁ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା

୧୯ରୁ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଆସନ୍ତା ୧୯ରୁ ୨୧ ମଧ୍ୟରେ ୯ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ।

ପଶ୍ଚିମା ଝଡ଼ ପ୍ରଭାବରେ ୧୯ରୁ ୨୦ ତାରିଖ ଯାଏ ଉତ୍ତର ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜର କିଛି ସ୍ଥାନରେ ବର୍ଷା ହୋଇପାରେ । ୨୦ରୁ ୨୧ ତାରିଖରେ ଉତ୍ତର ଉପକୂଳ ଓଡ଼ିଶା, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି ।