ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟରେ ବର୍ଷା

ଓଡ଼ିଶା ଉପରେ ଏବେ ସେମିତି କୌଣସି ପାଣିପାଗର ନିୟାମକ ସକ୍ରିୟ ନାହିଁ। ତେବେ ଲଘୁଚାପ ଯୋଗୁଁ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଥିବାରୁ ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେଉଛି। ଆଜି ସକାଳ ସାଢ଼େ ୮ଟାରୁ ସଂଧ୍ୟା ସାଢ଼େ ୫ଟା ମଧ୍ୟରେ ପାରାଦୀପରେ ରାଜ୍ୟର ସର୍ବାଧିକ ୭୦.୧ ମିମି ବର୍ଷା ହୋଇଯାଇଛି। ସେହିଭଳି ଦାରିଙ୍ଗବାଡ଼ିରେ ୩୬ ମିମି ବର୍ଷା ହୋଇଯାଇଛି। ଆସନ୍ତାକାଲି ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର କିଛି କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟରେ ଏହିଭଳି ବର୍ଷା ଲାଗି ରହିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବରର ପାଗ ଆଂଶିକ ମେଘୁଆ ରହିବ। ବର୍ଷା ସମ୍ଭାବନା ବି ରହିଛି। ସର୍ବାଧିକ ତାପମାତ୍ରା ୩୩ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୫ ଡିଗ୍ରି ମଧ୍ୟରେ ରହିବ।

Leave a comment