ଓଡ଼ିଶାକୁ ଆସୁଛି ବଡ ବର୍ଷା

ଓଡ଼ିଶାକୁ ଆସୁଛି ବଡ ବର୍ଷା।  ଲଘୁଚାପର ପ୍ରଭାବରେ ୨୯ରୁ ରାଜ୍ୟରେ ଆରମ୍ଭ ହେବ ବର୍ଷା ।  ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ଲଘୁଚାପ ଏବଂ ପରେ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ।  ଲଘୁଚାପ ଉପରେ ସ୍ବତନ୍ତ୍ର ନଜର ରଖିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଘୂର୍ଣ୍ଣିବଳୟ ଏବଂ ପରେ ଏହା ଲଘୁଚାପରେ ପରିଣତ ହେବ ବୋଲି ଆକଳନ କରାଯାଇଛି। ପ୍ରଭାବରେ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ବରଗଡ, ବଲାଙ୍ଗିର, ସୋନପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡା ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ ୨୦୦ମିଲିମିଟର କିମ୍ବା ତାଠାରୁ ଅଧିକ ବର୍ଷା ନେଇ ଆକଳନ କରାଯାଇଛି। ଏବେ ବଙ୍ଗୋପସାଗରରେ ଏକାଧିକ ସିଷ୍ଟମ ଏବଂ ପାଣିପାଗ ନିୟାମକ ଥିବାରୁ ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ଘଡଘଡି ବିଜୁଳି ସହ ବର୍ଷା ହେବ। କାଲି ବଜ୍ରପାତ ନେଇ ୧୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।