ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି
ଉତ୍ତରବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଏହା ଆଜି ଆହୁରି ଘନୀଭୂତ ହୋଇ ଗୋଟିଏ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରର ରୂପ ନେବ ଲଘୁଚାପ । ଏହାପରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଆଜି ପାଇଁ କେନ୍ଦୁଝର, ମୟୂରଭଞ୍ଜକୁ ରେଡ଼ ଆଲର୍ଟ ଜାରି ହୋଇଛି । ଏହି ଦୁଇ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବ୍ରଜପାତ ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେଓଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼କୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଏହି ୧୦ ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ୨୮ ତାରିଖ ଯାଏଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।