ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା , ୮ ଜିଲ୍ଲାକୁ ଅରେଞ୍ଜ ଓ ୧୭ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ

ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବଙ୍ଗୋପସାଗରରେ ଲଘୁଚାପ ଘନଉଥିବା ବେଳେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ ହୋଇଛି । ତଳିଆ ଅଞ୍ଚଳ ଜଳମଗ୍ନ ରହିଛି। ଆଜି ପ୍ରବଳ ବର୍ଷା ପାଇଁ ସାରା ରାଜ୍ୟକୁ ଚେତାବନୀ ଦିଆଯାଇଛି। ଭୀଷଣ ବର୍ଷା ପାଇଁ ସମ୍ବଲପୁର, ସୋନପୁର, ଅନୁଗୁଳ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ୭ ତାରିଖ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଲଗାଣ ବର୍ଷା ଯୋଗୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Leave a comment