କାଲିଠୁ ଦୁଇ ଦିନ ରାଜ୍ୟରେ ଘଡଘଡି ବିଜୁଳି ସହ ବର୍ଷା
ଆସନ୍ତାକାଲିଠୁ ଗରମରୁ ମିଳିବ ଆଶ୍ବସ୍ତି । ପଶ୍ଚିମା ଝଡ ଆଣିବ ବର୍ଷା । ଭିଜିବ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା । ଘଡଘଡି ବିଜୁଳି ସହ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବର୍ଷା ସହ ପବନ ନେଇ ବି ସତର୍କତା ଜାରି କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ପଶ୍ଚିମା ଝଡ ପ୍ରଭାବରେ କାଲିଠୁ ଦୁଇ ଦିନ ରାଜ୍ୟରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।
ଏଥିପାଇଁ କାଲି ୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ କେନ୍ଦ୍ରାପଡାରେ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି । ସେହିଭଳି ୨୦ ରେ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ଦେବଗଡ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ କେନ୍ଦ୍ରାପଡାକୁ ସତର୍କତା ଜାରି କରାଯାଇଛି ।