ଆହୁରି ୫ ଦିନ ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା
ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ପାଣିପରାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି ।
ସେହିପରି ଆହୁରି ୫ ଦିନ ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ପ୍ରବଳ ବର୍ଷା ପାଇଁ ଶୁକ୍ରବାର ୨୨ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଶନିବାର ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡିଶାରେ ଘଡଘଡି ସହ ବର୍ଷା ହେବ । ୧୯ ତାରିଖରେ ରାୟଗଡା, କୋରାପୁଟୁ, କଳାହାଣ୍ଡି, କନ୍ଧମାଳ ଓ ଗଜପତିକିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୦ ତାରିଖରେ ମୟୁରଭଞ୍ଜ, କେନ୍ଦୁଝର ଓ କୋରାପୁଟରେ ପ୍ରବଳ ବର୍ଷା ସମ୍ଭବନା ରହିଛି ।