୨୮ ଯାଏ ବର୍ଷାରୁ ନିସ୍ତାର ନାହିଁ,ଆଜି ବି ପ୍ରବଳ ବର୍ଷିବ

୨୮ ଯାଏ ବର୍ଷାରୁ ନିସ୍ତାର ନାହିଁ । ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଆଜି ବି ପ୍ରବଳ ବର୍ଷିବ । ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ । ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। କିଛି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ମଧ୍ୟ ରହିଛି । ସେହିପରି ଆସନ୍ତାକାଲି ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ବାହୁଡ଼ା ଯାତ୍ରା ଦିନ ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବ । ଏହାସହ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ଆଠଗଡ଼ରେ ସର୍ବାଧିକ ୨୧ ସେଣ୍ଟିମିଟର ବର୍ଷା ହୋଇଥିବା ବେଳେ କେନ୍ଦୁଝରରେ ହାଟଡିହିରେ ୧୯ ମିଲିମିଟର ବର୍ଷା ହୋଇଛି ।

ସେପଟେ ଜୁନ ୧ରୁ ଏଯାବତ 526.6 ମିମି ବର୍ଷା ହୋଇଥିବା ବେଳେ ସ୍ୱାଭାବିକ ବର୍ଷାଠାରୁ 17 ପ୍ରତିଶତ ଅଧିକ ବର୍ଷା ରାଜ୍ୟରେ ହୋଇଛି । ଗତ 24 ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଥିବା ବେଳେ 10 ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ ହୋଇଛି ।

Leave a comment