ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର :  ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେଲେ ଲଘୁଚାପର ପ୍ରଭାବ କେଉଁଠି ରହିବ ତାହା ଏବେ ଆକଳନ କରାଯାଇ ନାହିଁ । ତେବେ ପଶ୍ଚିମା ଝଡ ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଲିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ସଂପୂର୍ଣ୍ଣ ଶୁଖିଲା ରହିବ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ୨୩ ତାରିଖ ପରେ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ନୟାଗଡ ଆଦି ଜିଲ୍ଲାରେ ବର୍ଷାର ପରିମାଣ ବଢିପାରେ । ଯଦି ଲଘୁଚାପଟି ଘନୀଭୁତ ହୁଏ ଏବଂ ଓଡ଼ିଶା ଉପକୂଳକୁ ଆସେ ତେବେ ବର୍ଷାର ପରିମାଣ ଅଧିକ ରହିପାରେ ।