ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଆଜି ସକାଳେ ଆହୁରି ଘନୀଭୂତ ହୋଇ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତ ରୂପ ନେଇଥିଲା। ପରବର୍ତ୍ତୀ ସମୟରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ସନ୍ଧ୍ୟାରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହୋଇଛି। ଏହାର ନାମକରଣ ‘ରେମାଲ’ କରାଯାଇଛି। ବାତ୍ୟାଟି ଘଣ୍ଟାପ୍ରତି ୧୬ କିମି ବେଗରେ ଗତି କରୁଛି। ରିପୋର୍ଟ ଲେଖାଯିବା ବେଳେକୁ ବାତ୍ୟା ବାଂଲାଦେଶର ଖେପୁପରାଠାରୁ ୪୪୦ ଓ ପଶ୍ଚିମବଙ୍ଗର କାନ୍ନିଙ୍ଗ୍ଠାରୁ ୪୮୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ଉତ୍ତର-ପଶ୍ଚିମ ଓ ସଂଲଗ୍ନ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏହା ଅଧିକ ଘନୀଭୂତ ହୋଇ ୨୬ ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହୋଇପାରେ। ଏହା ଉତ୍ତର ଦିଗରେ ଗତି କରି ୨୬ ତାରିଖ ମଧ୍ୟରାତିରେ ଭୀଷଣ ବାତ୍ୟା ରୂପରେ ବାଂଲାଦେଶ ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳର ସାଗର ଦ୍ୱୀପ ଓ ଖେପୁପରା ମଧ୍ୟ ଦେଇ ସ୍ଥଳ ଭାଗ ଅତିକ୍ରମ କରିବ। ସେତେବେଳକୁ ପବନର ବେଗ ୧୧୦ରୁ ୧୨୦ କିମି ରହିଥିବ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post