ଫେବ୍ରୁଆରୀ ଆରମ୍ଭରୁ ଅସମ୍ଭାଳ ହେଉଛି ତାତି
ଫେବ୍ରୁଆରୀ ଆରମ୍ଭରୁ ପାରଦ ଉପରମୁହାଁ। ସକାଳ ୧୦ଟାରୁ ଅସମ୍ଭାଳ ହେଉଛି ତାତି । ପ୍ରଥମ ସପ୍ତାହରୁ ୩୬ ଡିଗ୍ରୀ ପାର କଲା ପାରଦ। ଗତକାଲି ବଲାଙ୍ଗିର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ୩୬.୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ରାଜଧାନୀରେ ମଧ୍ୟ ବଢ଼ିଛି ପାରଦ। ଭୁବନେଶ୍ବରରେ ୩୪.୯ ଡିଗ୍ରୀ ଏବଂ କଟକରେ ୩୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଆଗାମୀ ଦୁଇ ସପ୍ତାହରେ ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
ଚଳିତ ବର୍ଷ ପ୍ରଥମ ଥର ପାଇଁ ତାପମାତ୍ରା ୩୬ ଡିଗ୍ରୀ ପାର୍ କରିଛି । ରବିବାର ବଲାଙ୍ଗିରରେ ତାତି ୩୬.୭ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି । ଟିଟିଲାଗଡ଼ରେ ୩୬, ପାରଳାଖେମୁଣ୍ଡିରେ ୩୫.୮, ଝାରସୁଗୁଡ଼ାରେ ୩୫.୬, ସମ୍ବଲପୁରରେ ୩୫.୧ ଓ ଭବାନୀପାଟଣାରେ ୩୫ ଡିଗ୍ରୀ ରେକର୍ଡ ହୋଇଛି ।