ବଢୁଛି ଶୀତର ପ୍ରକୋପ

ଓଡ଼ିଶାର ଦାର୍ଜିଲିଙ୍ଗ ଭାବେ ପରିଚିତ ଘୁ.ଉଦୟଗିରିର ପାରଦ ତଳମୁହାଁ ହେଉଛିl ସ୍ଥାନୀୟ ଅଞ୍ଚଳରେ ପୁଣି ଥରେ ଶୀତର ପ୍ରକୋପ ବଢିବାରେ ଲାଗିଛି। କିଛିଦିନର ଦିନର ବ୍ଯବଧାନରେ ପୁଣିଥରେ ପାରଦ ତଳକୁ ଖସୁଛି। ଆଜି ଘୁ.ଉଦୟଗିରିର ସର୍ବନିମ୍ନ ତାପମାତ୍ରା ୯.୨ ଡିଗ୍ରିରେ ପହଞ୍ଚି ଥିବା କୃଷି ଗବେଷଣା କେନ୍ଦ୍ର ଓ ଭାରତୀୟ ପାଣିପାଗ ବିଭାଗ ରେକର୍ଡ କରିଛି।କୃଷି ଗବେଷଣା କେନ୍ଦ୍ର ଗତକାଲି ତାପମାତ୍ରା ୧୧ ଡିଗ୍ରି ଥିବା ରେକର୍ଡ କରିଥିଲାl ଫଳରେ ଏହାର ପ୍ରକୋପରେ ଶୀତ ବଢ଼ିବାରେ ଲାଗିଛି। ଲଘୁଚାପ, ଘୂର୍ଣ୍ଣିଳୟ ଯୋଗୁ ବର୍ଷା ଏବଂ ପରବର୍ତ୍ତୀ ସମୟରେ ପାଗ ମେଘୁଆ କାରଣରୁ ଏକ ସପ୍ତାହ ହେଲା ଶୀତ କମିଯାଇ ଥିବା ବେଳେ କାଲି ଠାରୁ ହଠାତ ବଢ଼ିଥିବା ଅନୁଭୂତ ହୋଇଛି। କୋହଲା ପବନରେ ଦେହ କାଲୁଆ ହୋଇ ଯାଇଥିବା ବେଳେ ରାସ୍ତାକଡ଼ର ବ୍ଯବସାୟ କରୁଥିବା ବ୍ଯବସୀୟୀ, ଜଙ୍ଗଲ ଜାତ ସାମଗ୍ରୀ ସଂଗ୍ରହ କରି ପେଟ ପୋଷୁଥିବା ସ୍ଥାନୀୟ ଅଧିବାସୀ, ଅସହାୟ, କଚା ଘରେ ରହୁଥିବା ଲୋକକଂ ପାଇଁ ପ୍ରବଳ ଶୀତ ବଢ଼ାଇ ଦେଇଛି ଚିନ୍ତା। ପୁଣି ଥରେ ଶୀତରୁ ରକ୍ଷା ପାଇବା ପାଇଁ ସକାଳ ଏବଂ ସଂନ୍ଧ୍ଯାରେ ରାସ୍ତାକଡ଼ରେ ନିଆଁ ପାଖରେ ବସିବା ଦେଖିବାକୁ ମିଳିଛି। କୁହୁଡି ଯୋଗୁଁ ଯାତାୟତରେ ସମସ୍ୟା ଦେଖା ଦେଇଛିl