୨୭ ରେ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି
ପ୍ରବଳ ବର୍ଷା ନେଇ ୯ ଜିଲ୍ଲା କୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ଗଞ୍ଜାମ, ଝାରସୁଗୁଡା ଏବଂ ସୁନ୍ଦରଗଡକୁ ସତର୍କ କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ତେବେ ୨୬ରୁ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି । ୨୭ ରେ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆଜିଠାରୁ ଉପକୂଳ, ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡଘଡି ବିଜୁଳି ସହ ଜାରି ରହିବ ବୋଲି ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ।