ଆଜି ରାଜ୍ୟର ୨୫ଟି ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା

ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ଆଜି ଭଳି ପାଗ ଲାଗିରହିବ। ତେବେ ଶୁକ୍ରବାର ରାଜ୍ୟର ୨୫ଟି ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି। ଉତ୍ତର ଓ ଉପକୂଳ ଓଡ଼ିଶାରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ଓ ଦକ୍ଷିଣ ଓଡ଼ିଶାରେ ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ୧୨ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ।ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ୧୩ ତାରିଖଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ତାପମାତ୍ରା ପୁଣିଥରେ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ଦିନ ସମୟରେ ବଲାଙ୍ଗୀରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦.୮ ଡିଗ୍ରି ଥିବା ବେଳେ ଟିଟିଲାଗଡ଼ରେ ୪୦ ଡିଗ୍ରି ରହିଥିଲା। ୩୬ ଘଣ୍ଟା ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ୧୩ ତାରିଖଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ତାପମାତ୍ରା ପୁଣିଥରେ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ଦିନ ସମୟରେ ବଲାଙ୍ଗୀରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦.୮ ଡିଗ୍ରି ଥିବା ବେଳେ ଟିଟିଲାଗଡ଼ରେ ୪୦ ଡିଗ୍ରି ରହିଥିଲା। ୩୬ ଘଣ୍ଟା ମଧ୍ୟରେ ପୁରୀ ,କେନ୍ଦୁଝର ,ମାଳକାନଗିରି ସୋନପୁର, ରାୟଗଡ଼ା ଓ ରାଉରକେଲା ସହରରେ ହାଲୁକା ବର୍ଷା ହୋଇଛି।

Leave a comment