ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତରଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୁଳସ୍ଥ ସମୁଦ୍ର ମଧ୍ୟରେ ରବିବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୋମବାର ଓ ମଙ୍ଗଳବାର ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ସୋମବାର କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୧୯ରେ କୋରାପୁଟ ଓ କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।