ରାଜ୍ୟକୁ ପୁଣି ଫେରିଲା ଶୀତ
ରାଜ୍ୟକୁ ପୁଣି ଫେରିଲା ଶୀତ। କିଛି ଅଂଚଳରେ ସକାଳୁ ସକାଳୁ ଘରୁ ବାହାରିବା ହୋଇପଡ଼ୁଥିଲା ମୁସ୍କିଲ। ଆଜି ସକାଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଘନକୁହୁଡିର ଆସ୍ତରଣ ଦେଖିବାକୁ ମିଳିଥିଲା। ସକାଳୁ ସକାଳୁ ପ୍ରବଳ ଶୀତ ସହ ଘନକୁହୁଡି ଯୋଗୁ ଜୀବନ ଯାତ୍ରା ପ୍ରଭାବିତ ହେଉଛି। ଆଉ ୪ରୁ ୫ ଦିନ ଘନ କୁହୁଡ଼ି ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସମଗ୍ର ଉତ୍ତର ଭାରତରେ ଏପରି ପାଗ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଦିଲ୍ଲୀ ଓ କୋଲକାତା ବିମାନବନ୍ଦରରେ ବିମାନସେବା ବାଧାପ୍ରାପ୍ତ ହୋଇଛି। ଯାତ୍ରୀଙ୍କୁ ଯୋଗାଯୋଗରେ ରହିବାକୁ ବିମାନ ସେବା ସଂସ୍ଥା ପକ୍ଷରୁ ପରାମର୍ଶ ଦିଆଯାଇଛି।