ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା

ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂଜାରି ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଏବଂ ସୁନ୍ଦରଗଡ଼। ଏସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।  ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂଜାରି ହୋଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୋଳ, କେନ୍ଦୁଝର ଏବଂ ମୟୂରଭଂଜ। ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।