ରାଜ୍ୟରେ ଶୀତ କମିବା ସହ ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି

ରାଜ୍ୟରେ ଶୀତ କମିଛି । ବିଭିନ୍ନ ଜିଲ୍ଲାରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇଛି । ବର୍ତ୍ତମାନ ରାଜ୍ୟକୁ ଉଷ୍ଣ ଶୁଷ୍କ ପବନ ପ୍ରବାହ ବଢୁଥିବାରୁ ତାପମାତ୍ରା ବୃଦ୍ଧି ହେବା ସହ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି ଅନୁଭୁତ ହେଉଛି । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ସବୁ ଜିଲ୍ଲାରେ ଘନ କୁହୁଡି ଅନୁଭୂତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଘନ କୁହୁଡି ପାଇଁ ୨୦ ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର ।ସେଗୁଡିକ ହେଲା ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ନୟାଗଡ, ଢେଙ୍କାନାଳ, ଅନୁଗୁଳ, ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ, ସୁନ୍ଦରଗଡ, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର ଏବଂ କୋରାପୁଟ  । ଏହି ସବୁ ଜିଲ୍ଲାରେ ୨୦୦ ମିଟର ମଧ୍ୟରେ ରହିବ ଦୃଶ୍ୟମାନ ଦୂରତା ।