ଉପକୂଳରୁ ଉପାନ୍ତ ପର୍ଯ୍ୟନ୍ତ ସବୁଠି ଅସହ୍ୟ ତାତି । ଆର୍ଦ୍ରତା ଅଧିକ ରହୁଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି । ଦିନ ୯ଟାରୁ ଟା ଟାଇଁ ଟାଇଁ ଖରାରେ ଘରୁ ବାହାରିବା ମୁସ୍କିଲ । ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୩୫ ଡିଗ୍ରୀରୁ ୩୮ ଡିଗ୍ରୀ ମଧ୍ୟରେ ରହୁଥିବା ବେଳେ ଉପକୂଳ ଓଡ଼ିଶାରେ ଆର୍ଦ୍ରତା ୮୦ ପ୍ରତିଶତ ରହୁଛି। ଆଗାମୀ ୪ ଦିନ ଏଭଳି ପାଗ ଲାଗିରହିବ ।ଗତକାଲି ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ଚାନ୍ଦବାଲିରେ ୩୬.୭ ଡିଗ୍ରି ସେଲସିୟସ ରେକର୍ଡ କରାଯାଇଛି । ଏଥିସହ ରାଜ୍ୟରେ ୧୮ ସହରର ତାପମାତ୍ରା ୩୫ ଡିଗ୍ରି ସେଲସିୟସ ଉପରେ ରହିଛି । ଅନ୍ୟପଟେ ରାଜ୍ୟରୁ ମୌସୁମୀ ଅପସାରଣ ନେଇ ପାଗ ଅନୁକୂଳ ରହିଛି । ଦିନେ ଦୁଇ ଦିନରେ ରାଜ୍ୟର କିଛି କିଛି ସ୍ଥାନରୁ ମୌସୁମୀ ବାୟୁ ଅପସାରଣ ଆରମ୍ଭ ହେବ। ତେବେ ସ୍ବାଭାବିକ ଭାବେ ପ୍ରତିବର୍ଷ ଅକ୍ଟୋବର ମାସରେ ତାପମାତ୍ରା ସମାନ୍ୟ ଅଧିକ ଥାଏ । କିନ୍ତୁ ଚଳିତ ବର୍ଷ ମେଘମୁକ୍ତ ଆକାଶ ଏବଂ ବର୍ଷା ନ ଥିବାରୁ ତାପମାତ୍ରା ସ୍ବାଭାବିକ ଠାରୁ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post