ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି 

୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଙ୍ଗୋପସାଗରରେ  ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବର୍ତ୍ତମାନ ମିଆଁମାର ପାଖାପାଖି ଅଞ୍ଚଳରେ ଏହି ଘୁର୍ଣ୍ଣିବଳୟ  ସକ୍ରିୟ ଥିବା ବେଳେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରି  ଉପକୂଳବର୍ତୀ ବଙ୍ଗଳାଦେଶ ବା  ଉତ୍ତର ପଶ୍ଚିମ ବଙ୍ଗୋପସାଗରକୁ ଆସିବାର ସମ୍ଭାବନା ରହିଛି ।ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ ଭାବେ ୧୩ ଓ ୧୪ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।