ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ ହେବା ସହ ନଦୀନାଳରେ ଜଳସ୍ତର ବଢ଼ୁଛି। ଏପରି ସ୍ଥିତିରେ ଶୁକ୍ରବାର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ମାସକରେ ୪ଟି ଲଘୁଚାପ ଯୋଗୁ ଓଡ଼ିଶା ସମେତ ପଡୋଶୀ ରାଜ୍ୟରେ ମଧ୍ୟ ବର୍ଷା ହେଉଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଜାରି ରହିଥିବାରୁ ରାଜ୍ୟର ଜଳଭଣ୍ଡାରଗୁଡିକ ଉଛୁଳିବାରେ ଲାଗିଛି। ଆସନ୍ତା ୨୮ ତାରିଖରେ ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ଏଥିସହ ରାଜ୍ୟରେ ଆହୁରି ୫ଦିନ ବର୍ଷା ହେବାକୁ ଥିବାରୁ ମହାନଦୀ ସମେତ ବିଭିନ୍ନ ନଦୀରେ ବନ୍ୟା ଆସିବା ଆଶଙ୍କା ସୃଷ୍ଟି ହୋଇଛି।ଆସନ୍ତା ୨ ଦିନ ମଧ୍ୟରେ ଲଘୁଚାପ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଅତିକ୍ରମ କରିବ। ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଏବେ ନଦୀଗୁଡିକ ଫୁଲୁଥିବା ବେଳେ ଆଗାମୀ ଦିନରେ ବନ୍ୟା ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ। ପ୍ରଥମେ ନଦୀକୂଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ରହିଛି। ସେହିପରି ଉପକୂଳବର୍ତ୍ତୀ ଜିଲାଗୁଡିକରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ସେଠାକାର ନଦୀରେ ମଧ୍ୟ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆଶଙ୍କା କରିଛି।
Trending
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
Prev Post
Next Post