ଆଜି ଭୀଷଣ କାଚିବ

 ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଗତକାଲିଠାରୁ କେଉଁଠି ତୁହାକୁ ତୁହା ତ ଆଉ କେଉଁଠି ତୀବ୍ର ବର୍ଷା ହେଉଛି । ଏବେ ଲଘୁଚାପ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ଆଜି ଓ ଆସନ୍ତାକାଲି ରାଜ୍ୟରେ ଭୀଷଣ ବର୍ଷା ହେବ ।ଆଜି ୨୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ । ପଶ୍ଚିମ ଓଡ଼ିଶାର ୯ ଜିଲ୍ଲାରେ ଭୀଷଣ ବର୍ଷା ସମ୍ଭାବନା ରହିଛି । ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ ଓ ଅନୁଗୋଳକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ।